Monday, November 10, 2025
25.9 C
Odisha

    ଅନ୍ୟ କୌଣସି ଜିଲ୍ଲାରୁ ଇଭିଏମ୍‌ ଆସିନାହିଁ : ମୁଖ୍ୟ ନିର୍ବାଚନ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲ୍ଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ ଇଭିଏମ ଚୋରିର ଅଭିଯୋଗ ଆସିଥିଲା । ମୁଖ୍ୟ ନିର୍ବାଚନ ଅଧିକାରୀ ଏନେଇ କହିଛନ୍ତି ରାଜ୍ୟର ୩୦ଟି ଜିଲ୍ଲାରେ ଇଭିଏମ୍‌ ଷ୍ଟ୍ରଙ୍ଗରୁମରେ ରହିଛି । ପ୍ରତ୍ୟେକ ଷ୍ଟ୍ରଙ୍ଗରୁମରେ ୩ମାସରେ ଥରେ ଲେଖାଏଁ ଯାଞ୍ଚ କରାଯାଏ । ଯାଞ୍ଚ ସମୟରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ରହିଥାନ୍ତି । ଅଭିଯୋଗ ପରେ ଗଞ୍ଜାମର ୨ ୱେୟାରହାଉସର ସିସିଟିଭି ଫୁଟେଜ ଯାଞ୍ଚ ହୋଇଥିଲା । ଏଯାଏ ଇଭିଏମକୁ ନେଇ ବିରୋଧୀଙ୍କ ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୋଇନାହିଁ । ସମସ୍ତ ଯାଞ୍ଚର ଭିଡ଼ିଓଗ୍ରାଫି ହୋଇଥିବା ନେଇ ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    31 %
    2.5kmh
    0 %
    Mon
    25 °
    Tue
    26 °
    Wed
    25 °
    Thu
    25 °
    Fri
    25 °

    ସମ୍ବନ୍ଧିତ