Wednesday, October 14, 2026
23 C
Odisha

    ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି’ରୁ ସେମାନଙ୍କୁ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ।ସହାୟତା ବାବଦକୁ ସେମାନଙ୍କୁ ଏକ ଲକ୍ଷ ଟଙ୍କା ପ୍ରଦାନ କରାଗଲା ବୋଲି ଆଜି ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୮୪ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ବଳକା ଅଭିଯୋଗ ସମାଧାନ ପ୍ରକ୍ରିୟାରେ ରହିଛି ।

    ଯେଉଁ ଅପରାଧିକ ମାମଲା ଆସୁଛି, ତାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର । ଯେଉଁମାନେ ଦୋଷୀ ସେମାନଙ୍କୁ ଜେଲକୁ ପଠାଯାଉଛି । କୋର୍ଟ ତାଙ୍କର ଦଣ୍ଡ ବିଧାନ କରିବେ ।ଆମେ ବିଧାନସଭା ବନ୍ଦ କରି ପଳାଇବା ସରକାର ନୁହେଁ । ଆମ ସରକାର ହେଉଛି ଲୋକଙ୍କ ସରକାର । ବିରୋଧୀଙ୍କ କାମ ଅଭିଯୋଗ ଆଣିବା ଏବଂ ଆମେ ସବୁବେଳେ ସେମାନଙ୍କୁ ଉତ୍ତର ଦେବାକୁ ପ୍ରସ୍ତୁତ ଅଛୁ ବୋଲି  ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23 ° C
    23 °
    23 °
    93 %
    1.6kmh
    5 %
    Wed
    23 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ