Sunday, October 4, 2026
29.6 C
Odisha

    ଅଲିମ୍ପିକ୍ସରେ ପଦକ ବିଜେତା ଅମିତ ରୋହିଦାସ ଜୋରଦାର ସ୍ବାଗତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଘରକୁ ଫେରିଛନ୍ତି ହକି ତାରକା ଅମିତ ରୋହିଦାସ। ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଭାଜପା ବିଧାୟକ ବାବୁ ସିଂ, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କିଙ୍କୁ ସ୍ତ୍ରୀ, କିସ୍‌-କିଟ୍‌ର ଛାତ୍ରୀଛାତ୍ରୀ ଉପସ୍ଥିତ ରହି ତାଙ୍କୁ ବିମାନବନ୍ଦରକୁ ପାଛୋଟି ଆଣିଥିଲେ।
    ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଏହାର ସମୃଦ୍ଧ ଇତିହାସ ପୃଷ୍ଠାରେ ଏକ ନୂଆ ଫର୍ଦ୍ଦ ସଂଯୋଗ କରିଛି। ଟୋକିଓ ପରେ ପ୍ୟାରିସରେ ଅର୍ଥାତ୍‌ କ୍ରମାଗତ ୨ଟି ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ଭାରତୀୟ ଦଳ ୫୨ ବର୍ଷର ପୁରୁଣା ସ୍ମୃତିକୁ ତାଜା କରିଛି। ୮ ଥର ସ୍ବର୍ଣ୍ଣ ପଦକ ବିଜେତା ଭାରତ ଏହା ପୂର୍ବରୁ ଶେଷଥର ପାଇଁ ୧୯୬୮ ଓ ୧୯୭୨ କ୍ରମାଗତ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲା। ଏହାପରେ ଥରେ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିଛି ଟିମ ଇଣ୍ଡିଆ। ଭାରତୀୟ ହକି ଦଳର ଡବଲ ବ୍ରୋଞ୍ଜ ମେଡାଲିଷ୍ଟ ପଦକ ବିଜେତାଙ୍କ ବିରଳ କ୍ଲବରେ ସାମିଲ ହୋଇଛନ୍ତି ଓଡ଼ିଶାର ତାରକା ଡିଫେଣ୍ଡର ଅମିତ ରୋହିଦାସ। ସେ ଟୋକିଓ ଅଲିମ୍ପିକ୍ସରେ ଖେଳିଥିଲେ ଏବଂ ପ୍ୟାରିସରେ ନିଜ ଦକ୍ଷତା ପ୍ରତିପାଦନ କରିଥିଲେ। କ୍ରମାଗତ ୨ ଥର ଦେଶପାଇଁ ବ୍ରୋଞ୍ଜ ପଦକ ଜିତିଥିବାରୁ ସେ ଅତ୍ୟନ୍ତ ଗର୍ବିତ ବୋଲି ସମ୍ପ୍ରତି ପ୍ୟାରିସରେ ଥିବା ଅମିତ ପ୍ରକାଶ କରିଛନ୍ତି। ସେ ଯେଉଁ କ୍ରୀଡ଼ାକୁ କ୍ୟାରିୟର କରିଛନ୍ତି ସେଥିରେ ଦେଶବାସୀଙ୍କ ମୁହଁରେ ହସ ଫୁଟାଇଥିବାରୁ ଅତ୍ୟନ୍ତ ଆନନ୍ଦିତ। ଏହା କେବଳ ଦେଶବାସୀଙ୍କ ଭଲପାଇବା ଏବଂ ଆଶୀର୍ବାଦ ଯୋଗୁ ସମ୍ଭବ ହୋଇପାରିଲା ବୋଲି ସେ କହିଛନ୍ତି। ଏପରି ସମର୍ଥନ ଏବଂ ଭଲପାଇବା ଜାରି ରହିଲେ ଆଗାମୀ ଦିନରେ ଭାରତୀୟ ହକି ଦଳ ଆହୁରି ଅଧିକ ସଫଳତା ପାଇପାରିବ। ଭାରତ ପଦକ ଜିତିଥିବାରୁ ତାଙ୍କ ପରିବାରଠାରୁ ଆରମ୍ଭ କରି ଓଡ଼ିଶା ଏବଂ ଦେଶବାସୀ ଗର୍ବ ଅନୁଭବ କରୁଛନ୍ତି। ଏହା ତାଙ୍କୁ ବହୁ ପରିମାଣରେ ଗର୍ବିତ କରିଛି ବୋଲି ଅମିତ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ