Saturday, February 21, 2026
18.6 C
Odisha

    ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ୨୪ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଅସହ୍ୟ ଶୀତରେ ଥରୁଛି ଓଡ଼ିଶା ।  ପ୍ରବଳ ଜାଡ଼ ସାଙ୍ଗକୁ ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଉଛି ।  ଝାରସୁଗୁଡ଼ାରେ ୫ ଡିଗ୍ରୀ ଛୁଇଁଲା ପାରଦ ।  ସକାଳ ୫ଟା ୩୦ ସୁଦ୍ଧା ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି ।  ରାଜଧାନୀରେ ବାଘୁଆ ଜାଡ଼ ।  ପାରଦ ୧୧.୬ ଡିଗ୍ରୀ ଛୁଇଁଛି ।  ୨୪ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରେକର୍ଡ ହୋଇଛି ।ଆଗାମୀ ସାତ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ।  ଦୁଇଦିନ ଯାଏ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ଡିଗ୍ରୀ ତଳେ ରହିଛି ।  ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ ରହିଛି ।

    କିଛି କିଛି ସ୍ଥାନରେ ଶୀତଲହରୀ ନେଇ ଚେତାବନୀ ଜାରି ହୋଇଛି ।  ଆଜି ଶୀତଲହରୀ ପାଇଁ ୧୧ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ତାରିଖରୁ ପୁଣି ବଢିବ କୁହୁଡ଼ି ।  ୧୪ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ସହ କିଛି କିଛି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.6 ° C
    18.6 °
    18.6 °
    37 %
    1.3kmh
    0 %
    Sat
    35 °
    Sun
    35 °
    Mon
    35 °
    Tue
    34 °
    Wed
    34 °

    ସମ୍ବନ୍ଧିତ