Monday, October 19, 2026
23.2 C
Odisha

    ଅହମଦାବାଦ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗୁଜରାଟର ଅହମଦାବାଦରେ ଗୁରୁବାର ଅପରାହ୍ଣରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମଦାବାଦ ଠାରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ବିମାନ ଟେକ୍ଅଫ୍ ସମୟରେ ଦୁର୍ଘଟଣାଗ୍ରସ୍ତ ହେବାରୁ ବ୍ୟାପକ ଧନଜୀବନ କ୍ଷତିହୋଇଛି। ରିପୋର୍ଟ ଲେଖାଯିବା ବେଳକୁ ଉଦ୍ଧାର କାର୍ଯ୍ୟ ଜାରି ଥିବା ବେଳେ ଏହି ଅଭାବନୀୟ ଘଟଣାକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣା ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ନେତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏୟାର ଇଣ୍ଡିଆର ଅହମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣା ନେଇ ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି। ସମସ୍ତ ଯାତ୍ରୀ, କ୍ରୁ ସଦସ୍ୟ ଏବଂ ସେମାନଙ୍କର ପରିବାର ପାଇଁ ପ୍ରାର୍ଥନା କରୁଛି। ଭଗବାନ ଜଗନ୍ନାଥ ସମସ୍ତ ଆହତଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ। ଏଭଳି ଏକ ଖରାପ ସମୟରେ ଗୁଜରାଟର ଲୋକଙ୍କ ସହିତ ଓଡ଼ିଶା ଛିଡ଼ା ହୋଇଛି।

    ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଟୁଇଟ୍‌ କରି ଲେଖିଛନ୍ତି, ଅହମଦାବାଦର ମେଘାନୀ ଠାରେ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ଗଭୀର ଦୁଃଖ ଓ ଶୋକ ପ୍ରକାଶ କରୁଛି। ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ସମୟରେ ପୀଡିତ ପରିବାର ପ୍ରତି ଦୁଃଖ ପ୍ରକାଶ କରୁଛି ବୋଲି ଟୁଇଟ୍‌ କରିଛନ୍ତି।

    ଅହମଦାବାଦ ବିମାନ ଦୁର୍ଘଟଣା ଖବର ଶୁଣି ମୋତେ ବ୍ୟଥିତ କରିଛି। ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମେଡିକାଲ ସହାୟତା ସମେତ ପରିସ୍ଥିତି ସ୍ବାଭାବିକ କରିବା ପାଇଁ ସମସ୍ତ ପ୍ରକାରର ଆବଶ୍ୟକ ପଦକ୍ଷେପ ନିଆଯାଇଛି। ପୀଡିତ ପରିବାର ପ୍ରତି ସମବେଦନା ଜଣାଇ, ଏହି ବିପତ୍ତି ସମୟରେ ବଳ ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ