Thursday, March 26, 2026
37.1 C
Odisha

    ଆଇଏଏସ୍ ସ୍ତରରେ ଅଦଳବଦଳ : ବଦଳିଲେ ପୁରୀ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାପାଳ

    ଆଗକୁ ପଢନ୍ତୁ

    ବୁଧବାର ଆଇଏଏସ୍ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ଏଥି ସହିତ ସେ କଟକ ଉନ୍ନୟନ ପରିଷଦ(ସିଡିଏ)ର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସେହିପରି ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ବାଲେଶ୍ବର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିପରି CMC କମିଶନର ଥିବା ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    19 %
    2.7kmh
    2 %
    Thu
    37 °
    Fri
    40 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ