Thursday, March 6, 2025
20.4 C
Odisha

    ଆଇଟିଇଆର ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଟାଇମ୍ସ ବିଜିନେସ୍ ଆୱାର୍ଡ – ଝାଡ଼ଖଣ୍ଡ ସମ୍ମାନ ପ୍ରଦାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ଜାନୁଆରୀ ୨୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ପ୍ରଥମ ଟାଇମ୍ସ ବିଜିନେସ୍ ଆୱାର୍ଡ-ଝାଡ଼ଖଣ୍ଡ ୨୦୨୫ରେ ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ ପ୍ରଦାନ କରାଯାଇଛି ।

    ଗତ ଜାନ୍ରୁଆରୀ ୧୭ ତାରିଖରେ ଟାଇମ୍ସ ଅଫ୍ ଇଣ୍ଡିଆ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷା ସମେତ ୩୬ ଟି କ୍ୟାଟେଗୋରୀରେ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିବା ବେଳେ ବଲିଉଡ୍ ତାରକା ସୋନୁ ସୁଦ ଏହି ସମ୍ମାନ ପ୍ରଦାନ କରିଥିଲେ ।

    କାର୍ଯ୍ୟକ୍ରମରେ ସୋଆର ଆଇଟିଇଆରକୁ ‘ର‌୍ୟାଗିଙ୍ଗ ମୁକ୍ତ କ୍ୟାମ୍ପସ୍‌’ ଭାବେ ପ୍ରତିପାଦିତ କରାଯାଇଥିଲା । ଆଇଟିଇଆର୍‌ରେ ର‌୍ୟାଗିଙ୍ଗ୍‌କୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯାଏ ନାହିଁ କିମ୍ବା ସେଭଳି ପରିବେଶ ଏଠାରେ ନାହିଁ ବୋଲି ଆୟୋଜିତ କାର୍ଯ୍ୟକ୍ରମରେ କୁହାଯାଇଥିଲା ।

    ସୋଆ ପକ୍ଷରୁ ଡିନ୍ (ସ୍ପନ୍ସର୍ଡ ରିସର୍ଚ୍ଚ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ କନ୍‌ସଲ୍‌ଟାନି୍ସ) ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ଏହି ସମ୍ମାନ ଗ୍ରହଣ କରିଥିଲେ ।

    କାର୍ଯ୍ୟକ୍ରମରେ ବରିଷ୍ଠ ଆଇଏଏସ୍ ଅଫିସର ଶ୍ରୀ ଉତ୍କର୍ଷ କୁମାର, ବରିଷ୍ଠ ସାମ୍ବାଦିକ ଶ୍ରୀ ବଲବିର ଦତ, ବିଶିଷ୍ଠ ପରିବେଶବିତ୍ ଶ୍ରୀ କୌଶଳ କିଶୋର ଜୟସ୍ୱାଲ୍‌, ରାଡିସନ୍ ବ୍ଲୁର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ନନ୍ଦିନୀ ଗୁପ୍ତା ଓ ଜେନେରାଲ ମ୍ୟାନେଜର ଶ୍ରୀ ହେମନ୍ତ ମେହେଟା ଅତିଥି ଭାବେ ଯୋଗ ଦେଇ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.4 ° C
    20.4 °
    20.4 °
    11 %
    2.1kmh
    2 %
    Thu
    20 °
    Fri
    34 °
    Sat
    37 °
    Sun
    38 °
    Mon
    39 °

    ସମ୍ବନ୍ଧିତ