Saturday, October 3, 2026
23.6 C
Odisha

    ଆଇନଶୃଙ୍ଖଳା ସ୍ଥିତି ଉପରେ ଉଠିଲା ପ୍ରଶ୍ନ: ରାଷ୍ଟ୍ରପତିଙ୍କୁ ଭେଟିବେ ପଶ୍ଚିମବଙ୍ଗ ରାଜ୍ୟପାଳ

    ଆଗକୁ ପଢନ୍ତୁ

    କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଡାକ୍ତରମାନଙ୍କ ଆନ୍ଦୋଳନ ଜାରି ରହିଛି। କୋଲକାତାର ଟ୍ରେନି ମହିଳା ଡାକ୍ତର ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ପଶ୍ଚିମବଙ୍ଗରେ ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇଛି। ଏଥିସହିତ କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଭଙ୍ଗାରୁଜା ଓ ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣକୁ ନେଇ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଉପରେ ପ୍ରଶ୍ନ ଉଠିଛି। ଏଭଳି ସମୟରେ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଥିବାରୁ ଏହା ଉପରେ ସମସ୍ତଙ୍କ ନଜର ରହିଛି।
    ଗତ ୯ ତାରିଖ ବିଳମ୍ବିତ ରାତିରେ ହସ୍ପିଟାଲର ସେମିନାର ହଲ୍‌ରେ ୩୧ ବର୍ଷୀୟା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ତା’ ପରଦିନ ତାଙ୍କ ମୃତଦେହ ମିଳିବା ପରେ ସନ୍ଧ୍ୟା ୬ଟା ୧୦ରୁ ୭ଟା ୧୦ ମିନିଟ ମଧ୍ୟରେ ବ୍ୟବଚ୍ଛେଦ କରାଯାଇଥିଲା। ରିପୋର୍ଟ ଅନୁଯାୟୀ ପୀଡ଼ିତା ଡାକ୍ତରଙ୍କ ଗାଲ, ଓଠ, ନାକ, ବେକ, ହାତ, ଆଣ୍ଠୁ ସମେତ ଗୁପ୍ତାଙ୍ଗରେ କ୍ଷତ ରହିଛି। ସେହିପରି ବେକ ମାଂସପେଶୀ, ଖପୁରି ଓ ଅନ୍ୟ ସ୍ଥାନରେ ଆଭ୍ୟନ୍ତରୀଣ କ୍ଷତ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଉକ୍ତ ରିପୋର୍ଟରେ ଆର୍‌.ଜି. କର ମେଡିକାଲ କଲେଜର ଫୋରେନ୍‌ସିକ ମେଡିସିନ ଏବଂ ଟକ୍ସିଲୋଜି ବିଭାଗ ପ୍ରଫେସର ଅପୂର୍ବା ବିଶ୍ୱାସ, ଆସୋସିଏଟ୍‌ ପ୍ରଫେସର ରିନା ଦାସ ଏବଂ ଏନ୍‌ଆର୍‌ଏସ୍‌ ମେଡିକାଲ କଲେଜର ଫୋରେନ୍‌ସିକ ମେଡିସିନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ମୋଲି ବାନାର୍ଜୀଙ୍କ ସ୍ବାକ୍ଷର ରହିଛି।
    କୋଲକାତା ପୋଲିସ ମାମଲାର ତଦନ୍ତ ଦାୟିତ୍ୱ ନେଇଥିବାବେଳେ ଏହାର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠିବା ପରେ କୋଲକାତା ହାଇକୋର୍ଟ ସିବିଆଇକୁ ତଦନ୍ତ ଭାର ଅର୍ପଣ କରିଥିଲେ। ୧୪ ତାରିଖ ବିଳମ୍ବିତ ରାତିରେ ଉକ୍ତ ହସ୍ପିଟାଲରେ ଦୁର୍ବୃତ୍ତମାନେ ପହଞ୍ଚତ୍ ଭଙ୍ଗାରୁଜା କରିଥିଲେ। ହସ୍ପିଟାଲ ଆକ୍ରମଣ ପଛରେ ମମତା ବାନାର୍ଜୀଙ୍କ ସରକାରର ହାତ ରହିଥିବା ଡାକ୍ତରଙ୍କ ମାଆବାପା ନିଯୁକ୍ତ କରିଥିବା ଓକିଲ ବିକାଶ ରଞ୍ଜନ ଭଟ୍ଟାଚାର୍ଯ୍ୟ ଅଭିଯୋଗ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.6kmh
    7 %
    Sat
    23 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ