Thursday, October 8, 2026
22.2 C
Odisha

    ଆଇଭି କାଉଣ୍ଟି ସୋସାଇଟିରେ ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ନୋଏଡା ସେକ୍ଟର ୭୫ରେ IVY କାଉଣ୍ଟି ସୋସାଇଟିରେ ଥିବା ୧୨ ମହଲାର ଏକ ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ସେକ୍ଟର ୧୧୩ ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଥିବା ଜଣାପଡିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଫ୍ଲାଟ୍ ଭିତରେ କେତେ ଲୋକ ଥିଲେ ଏବଂ ସେମାନେ ନିଆଁ ଭିତରୁ ଖସି ପଳାଇଛନ୍ତି କି ନାହିଁ ସେ ସମ୍ପର୍କରେ ମଧ୍ୟ କୌଣସି ସୂଚନା ମିଳିନାହିଁ ।

    ସୂଚନାନୁଯାୟୀ, ଫ୍ଲାଟରେ ନିଆଁ ଲାଗିବା ଫଳରେ ତୁରନ୍ତ ଏହା ବ୍ୟାପିଯାଇଥିଲା  । ବର୍ତ୍ତମାନ ଅଗ୍ନିଶମ ବାହିନୀ ଏବଂ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏପର୍ଯ୍ୟନ୍ତ କୌଣସି ମୃତାହତର ନିଶ୍ଚିତତା ମିଳିନାହିଁ ।ଅନ୍ୟପଟେ ନୋଏଡାରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ଏବଂ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଏହା ବ୍ୟତୀତ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ବଜାୟ ରଖିବାକୁ ପ୍ରଶାସନକୁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେ ରିଲିଫ୍ କାର୍ଯ୍ୟର ନିରନ୍ତର ତଦାରଖ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ