Wednesday, April 8, 2026
23.9 C
Odisha

    ଆଉ ଦୁଇ ଦିନ ଜାଡରେ ଥରିବ ଓଡିଶା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ କରୁଛି। ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଉ ଦୁଇ ଦିନ ଏଭଳି ପାଗ ଲାଗିରହିବ। ଆଜି ପାଇଁ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଦିନ ଯାଏ ୧୩ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ତେଣୁ ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

    ଆସନ୍ତା ୨୪ଘଣ୍ଟା ମଧ୍ୟରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, କନ୍ଧମାଳ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲାକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି ହୋଇଛି। ଆଜି ସକାଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ