Sunday, October 25, 2026
26.8 C
Odisha

    ଆଉ ଦୁଇ ଦିନ ପରେ ଓଡ଼ିଶାରେ ବାତ୍ୟା ପ୍ରଭାବ, ୭ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାତ୍ୟା ପ୍ରଭାବରେ ୨୬ ତାରିଖରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିପାରେ । ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ଉପକୂଳ ନିକଟକୁ ଆସିବା ସହ ବାତ୍ୟା ଆହୁରି ଶକ୍ତିଶାଳୀ ହେବାର ଆଶଙ୍କା ମଧ୍ୟ ରହିଛି ।

    ବିଶେଷକରି ୨୮ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଓଡ଼ିଶାର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗତପତି ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ବିପଦପୂର୍ଣ୍ଣ ସମୁଦ୍ର ଅଞ୍ଚଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    45 %
    1.9kmh
    2 %
    Sun
    28 °
    Mon
    28 °
    Tue
    30 °
    Wed
    28 °
    Thu
    24 °

    ସମ୍ବନ୍ଧିତ