Wednesday, April 1, 2026
25.1 C
Odisha

    ଆଉ ନାହାନ୍ତି ଅର୍ଜୁନ ପୁରସ୍କାର ବିଜେତା ଭାରୋତ୍ତୋଳକ ବିଜୟ କୁମାର ଶତପଥୀ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ଜଣାଶୁଣା ଭାରୋତ୍ତୋଳକ ବିଜୟ କୁମାର ଶତପଥୀ ଆଉ ନାହାନ୍ତି। ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସେ ଜଣେ ପୂର୍ବତନ ଭାରତୀୟ ଭାରୋତ୍ତୋଳକ ଯିଏ ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପୁରୁଷ ବାଣ୍ଟାମୱେଟ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ତାଙ୍କୁ ୧୯୮୨ ମସିହାରେ ଭାରତ ସରକାର ଅର୍ଜୁନ ପୁରସ୍କାରରେ ସମ୍ମାନିତ କରିଥିଲେ। ଶ୍ରୀ ଶତପଥୀ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ଯ୍ୟନ୍ତ ଭାରୋତ୍ତୋଳନରେ ପାଞ୍ଚ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ। ସେ ୧୯୮୧ ମିନି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଏବଂ ପରେ ୧୯୮୨ ବ୍ରିସବେନରେ ମୁଖ୍ୟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ସେ ୧୯୮୧ ଏବଂ ୧୯୮୩ ଏସୀୟ ଭାରୋତ୍ତଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ। ତାଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକର ଛାୟା ଖେଳିଯାଇଛି।

    ଶ୍ରୀ ଶତପଥୀ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ଯ୍ୟନ୍ତ ଭାରୋତ୍ତଳନରେ ପାଞ୍ଚ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ। ସେ ୧୯୮୧ ମିନି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଏବଂ ପରେ ୧୯୮୨ ବ୍ରିସବେନରେ ମୁଖ୍ୟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ସେ ୧୯୮୧ ଏବଂ ୧୯୮୩ ଏସୀୟ ଭାରୋତ୍ତୋଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ। ତାଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକର ଛାୟା ଖେଳିଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.1 ° C
    25.1 °
    25.1 °
    37 %
    1kmh
    14 %
    Wed
    39 °
    Thu
    40 °
    Fri
    40 °
    Sat
    40 °
    Sun
    38 °

    ସମ୍ବନ୍ଧିତ