Monday, October 12, 2026
30 C
Odisha

    ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ ଭାବରେ ପରିଚାଳନା କରି ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନଙ୍କ ପାଖରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି। ଏହା ଦ୍ୱାରା ଦୀର୍ଘ ସମୟ ପାଇଁ ଓଡ଼ିଶା ପୁଞ୍ଜିନିବେଶକମାନଙ୍କ ପାଇଁ ପସନ୍ଦର ସ୍ଥାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଏହି ଦୁଇ ଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବା ସହିତ ବିଶିଷ୍ଟ ଶିଳ୍ପପତିମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡ ବଡ ଶିଳ୍ପସଂସ୍ଥାର ସି.ଇ.ଓ ମାନଙ୍କ ରାଉଣ୍ଡ ଟେବୁଲ, ଓଡିଆ ଉଦ୍ୟୋଗୀମାନଙ୍କ ସ୍ୱତନ୍ତ୍ର ସେସନ୍ ଏବଂ ମହିଳା ବିଜନେସ୍ ଲିଡର୍ସମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଏହା ସହିତ ‘ସୁଭଦ୍ରାରୁ ମୁଦ୍ରା’ ନାମରେ ଓଡ଼ିଆ ମହିଳା ଉଦ୍ୟୋଗୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ। ଜାନୁଆରି ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଇଣ୍ଡଷ୍ଟ୍ରିଆଲ୍ ଏକଜିବିସନ୍ ଅନୁଷ୍ଠିତ ହେବ।

    ଏହି ବୈଠକରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉନ୍ନୟନ କମିସନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30 ° C
    30 °
    30 °
    51 %
    2.8kmh
    9 %
    Mon
    30 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ