Sunday, October 4, 2026
28.6 C
Odisha

    ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ମାନସ ମନ୍ଥନ ବୈଠକ ଅନୁଷ୍ଠିତ ହୋଇଯାଇଛି।

    ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଭାଜପା ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଯୋଗଦେଇ ନିର୍ବାଚନୀ ରଣନୀତିର ସମୀକ୍ଷା କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ନିର୍ବାଚନୀ ମୋର୍ଚ୍ଚା ସଭାପତି ଏବଂ ଦଳର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଛନ୍ତି। ବୈଠକରେ ମୁଖ୍ୟତଃ ଗ୍ରାମାଞ୍ଚଳରେ ଦଳୀୟ ସଂଗଠନକୁ ସକ୍ରିୟ କରିବା ଏବଂ ବୁଥ ସ୍ତରରେ ଦଳର ସ୍ଥିତିକୁ ଅଧିକ ମଜଭୁତ କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଛି।

    କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ସଫଳତାଗୁଡ଼ିକୁ ସିଧାସଳଖ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ବୁଥ୍‌ ସ୍ତରର ସାଧାରଣ କାର୍ଯ୍ୟକର୍ତ୍ତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ନେତୃବୃନ୍ଦଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ଡି. ପୁରନ୍ଦେଶ୍ୱରୀ ପରାମର୍ଶ ଦେଇଛନ୍ତି।

    ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ଆସନଗୁଡ଼ିକରେ ଯୋଗ୍ୟ ଓ ଲୋକପ୍ରିୟ ପ୍ରାର୍ଥୀଙ୍କୁ ଚୟନ କରିବା ସହ ଘରକୁ ଘର ଯାଇ ଜନସମ୍ପର୍କ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ