Monday, September 7, 2026
29.1 C
Odisha

    ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଅବପାତର ରୂପ ନେଲା ଲଘୁଚାପ । ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଏହା ଆଗାମୀ ୨୪ ଘଣ୍ଟା ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମବଙ୍ଗ ଦେଇ ଝାଡ଼ଖଣ୍ଡ ମୁହାଁ ହେବା ସମ୍ଭାବନା ରହିଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ ବର୍ଷା ଜାରି ରହିବ । ଆଗାମୀ ଦୁଇ ଦିନ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ । ଆଜି ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ଏନେଇ ଦୁଇ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୮ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଆଲର୍ଟ ହୋଇଛି । କାଲି ୪ ଜିଲ୍ଲା ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼ ଏବଂ ସମ୍ବଲପୁରକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.1 ° C
    29.1 °
    29.1 °
    69 %
    2.8kmh
    52 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    29 °

    ସମ୍ବନ୍ଧିତ