Monday, October 12, 2026
28.9 C
Odisha

    ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମାଲାକ୍କା ସମୁଦ୍ର ଅଞ୍ଚଳ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହୋଇଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଅଗ୍ରସର ହେବ ଏବଂ ଅଧିକ ଘନୀଭୂତ ହେବ ବୋଲି ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଶ୍ରୀଲଙ୍କା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ରହିଛି। ଗତ କିଛିଦିନ ହେଲା ଦୁଇଟି ସିଷ୍ଟମକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ସମ୍ଭାବ୍ୟ ବାତ୍ୟା ଚର୍ଚ୍ଚା ଲାଗି ରହିଥିବା ବେଳେ ଏହାର ପ୍ରଭାବ ଓଡ଼ିଶା ଉପରେ କେତେଦୂର ପଡିବ ତାହା ଅସ୍ପଷ୍ଟ ଥିଲା। ଏସଂକ୍ରାନ୍ତରେ ଆଜି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ଦୁଇଟି ସିଷ୍ଟମର ପ୍ରଭାବରେ ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ।

    ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଧୀରେ ଧୀରେ କମୁଛି। ଆସନ୍ତା ୨ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ଶୀତ ପଡ଼ିବ। ପରବର୍ତ୍ତୀ ୫ଦିନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ଆଶଙ୍କା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ପାରଦ ୧୦ଡିଗ୍ରୀ ଥିବାବେଳେ କଟକରେ ୧୯, ଭୁବନେଶ୍ୱରରେ ୧୬.୬, ଅନୁଗୋଳରେ ୧୪, ଝାରସୁଗୁଡାରେ ୧୩.୮, କେନ୍ଦୁଝରରେ ୧୪.୪, ସୁନ୍ଦରଗଡ଼ରେ ୧୫.୪, ଭବାନୀପାଟଣାରେ ୧୪, ବଲାଙ୍ଗିରରେ ୧୫.୮, କୋରାପୁଟରେ ୧୪, ଫୁଲବାଣୀରେ ୧୫ ଡିଗ୍ରୀ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.8kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ