Friday, April 3, 2026
33.6 C
Odisha

    ଆଗାମୀ 12 ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର ! 20 ଯାଏଁ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଆଗାମୀ 12 ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପରବର୍ତ୍ତୀ 24 ଘଣ୍ଟାରେ ଆହୁରୀ ଘନୀଭୂତ ହେବ । ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ 20 ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 18 ଓ 19 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

    ସେପଟେ ଆଉ ଗୋଟିଏ ଲଘୁଚାପ ଅଗଷ୍ଟ ୨୪ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଦ୍ବିତୀୟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ କେତେଦୂର ପଡ଼ିବ ତାହା ପାଣିପାଗ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ। ଉତ୍ତରପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାରୁ ଏହାର ପ୍ରଭାବରେ ୧୮ ଓ ୧୯ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଅନ୍ୟପଟେ ଅଗଷ୍ଟ ୨୪ ବେଳକୁ ପୁଣି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ବାଂଲାଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

    ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଛି। ଭୁବନେଶ୍ବର ସହିତ କଟକ, ଢେଙ୍କାନାଳ, ରାୟଗଡ଼ା, ମୟୂରଭଞ୍ଜ, ପୁରୀ ଏବଂ ବାଲେଶ୍ବର ଆଦି ଜିଲ୍ଲାଗୁଡ଼ିକରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉକ୍ତ ଦୁଇଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗୁପର ଏବଂ ରାୟଗଡ଼ା ଜିଲ୍ଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବାକୁ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ