Wednesday, March 25, 2026
22 C
Odisha

    ଆଜିଠାରୁ କଳିଙ୍ଗରେ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା : ୨୦୦୦ ପ୍ରତିଯୋଗୀ, ଓଡ଼ିଶାରୁ ୭୫

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଭାରତୀୟ ଦୌଡ଼କୁଦ ସଂଘ, ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଓଡ଼ିଶା ଦୌଡ଼କୁଦ ସଂଘର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡ଼ିୟମରେ ଆଜିଠାରୁ ୧୪ ପର୍ଯ୍ୟନ୍ତ ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍‌ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଗୁରୁବାର କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି। ଏଥିସହ ଅକ୍ଟୋବର ୧୧ରୁ ୧୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୨୮ତମ ଏସୀୟ ଟେବୁଲ ଟେନିସ ଦଳଗତ ଚାମ୍ପିଆନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସମୟରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି। କଳିଙ୍ଗ ଷ୍ଟାଡ଼ିୟମରେ ଗତ ଅଗଷ୍ଟରେ ସଫଳତାର ସହ ୱାଲ୍ଡ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜନ ମଧ୍ୟ ସଫଳତାର ସହ ହେବ ବୋଲି ଭାରତୀୟ ଦୌଡ଼କୁଦ ମହାସଙ୍ଗ ପକ୍ଷରୁ ଆଦିଲ୍ ସୁମାରିୱାଲା ମତପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    83 %
    1.8kmh
    1 %
    Wed
    38 °
    Thu
    38 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ