Thursday, October 8, 2026
22.2 C
Odisha

    ଆଜିଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆସନ୍ତା ୧୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ‌ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ର‌ାୟଗଡ଼ା, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ କୋରାପୁଟ, କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।୨୦ ତାରିଖରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୧ ତାରିଖରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅଧିକାଂଶ ସ୍ଥାନରେ ୧୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବାକୁ ଥିବାରୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିପାରେ। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନଗୁଡ଼ିକ ଯେକୌଣସି ପ୍ରାକୃତିକ ବିପର୍ଯ୍ୟାୟ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ କୁହାଯାଇଛି। ସହରାଞ୍ଚଳ ଓ ତଳିଆଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା/ଡ୍ରେନ୍‌ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ପୌର ପ୍ରଶାସନଗୁଡ଼ିକ ଏବେଠାରୁ ଡ୍ରେନ୍‌ ସଫା କରିବା ସହ ଜଳ ନିଷ୍କାସନ ପାଇଁ ଆବଶ୍ୟକ ପମ୍ପ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି।

    ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ପର୍କରେ ଏବଂ କ୍ଷୟକ୍ଷତିର ରିପୋର୍ଟ ତୁରନ୍ତ ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୮୭.୩ ମିମି ବର୍ଷା ହୋଇଛି। ଏହାବ୍ୟତୀତ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ୫୬, ରାୟଗଡ଼ା ଜିଲ୍ଲାର ଆମ୍ବଡୋଳାରେ ୫୫, କଳାହାଣ୍ଡି ଜିଲ୍ଲାର ନର୍ଲାରେ ୪୯, ନୂଆପଡ଼ାରେ କୋମନାରେ ୪୭, କଟକର ବାଙ୍କିରେ ୪୫, ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୪୫, ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୪୪, ଗଜପତି ଜିଲ୍ଲାର ନୂଆଗଡ଼ାରେ ୪୩.୮, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୪୩ ମିମି ବର୍ଷା ରେକର୍ଡ କରାଯାଇଛି। ମୌସୁମୀ ସମୟରେ ୧୧ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ବାକି ୧୯ଟି ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ଲାଗିରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ