Saturday, October 3, 2026
30.8 C
Odisha

    ଆଜିଠୁ ଆରମ୍ଭ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଷୋଡ଼ଶ ଉପଚାର ପୂଜା

    ଆଗକୁ ପଢନ୍ତୁ

    ଯାଜପୁର : ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଷୋଡ଼ଶ ଉପଚାର ପୂଜା । ପବିତ୍ର ମୂଳାଷ୍ଟମୀ ଅବସରରେ ଆରମ୍ଭ ହେବ ମା’ଙ୍କ ଷୋଡ଼ଶ ଉପଚାର ପୂଜା । ପରମ୍ପରା ଅନୁଯାୟୀ ସୁନିଆରେ ରଥ ନିର୍ମାଣ ପାଇଁ କାଷ୍ଠ ସଂଗ୍ରହ ତଥା ବିଲ୍ୱ ବରୁଣ ପୂଜା ଲାଗି ବନଜାଗ ଯାତ୍ରା ଅନୁଷ୍ଠିତ ହେବାପରେ ମାଆଙ୍କ ସିଂହ ଧ୍ଵଜ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ।

    ମହାରଣା ସେବାୟତ ମାନଙ୍କ ଦ୍ଵାରା ମା’ଙ୍କ ସିଂହ ଧ୍ଵଜ ରଥ ର ନିର୍ମାଣ କାର୍ଯ୍ୟ ଜାରି ରହିଛି । ଅନ୍ୟପଟେ ପ୍ରତିପ୍ରଦ ଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ନାଭିଗୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି । ଏହି ପିତୃପକ୍ଷରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

    ଏଥିପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜା ପୀଠରେ ଥିବା ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁ ମାନେ ଆସି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ନାଭିଗୟାରେ ପିଣ୍ଡଦାନ କରୁଛନ୍ତି । ଶାରଦୀୟ ପୁଜା ଓ ପିଣ୍ଡଦାନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ମନ୍ଦିର ପ୍ରଶାସକ ତଥା ଉପଜିଲ୍ଲାପାଳ ତାପସ ରଞ୍ଜନ ଦେଉରୀ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    54 %
    2.9kmh
    5 %
    Sat
    31 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ