Thursday, September 17, 2026
30 C
Odisha

    ଆଜିଠୁ ଆରମ୍ଭ ହେବ ଯୁକ୍ତ୨ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଆଜି ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆସେସ୍‌ମେଣ୍ଟ ୧୦ କିମ୍ବା ୨୦ ମାର୍କ ବିଶିଷ୍ଟ ରହିବ। ବିଜ୍ଞାନ, କଳା, ବାଣିଜ୍ୟ, ଧନ୍ଦାମୂଳକ ଓ କରେସ୍ପୋଣ୍ଡେନ୍ସ ପାଠ୍ୟକ୍ରମର ପ୍ରାକ୍ଟିକାଲ କିମ୍ବା ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୧୦ ଓ ୨୦ ମାର୍କ ବିଶିଷ୍ଟ ପରୀକ୍ଷା କରାଯିବ। ଯାହାର ଅବଧି ୪୫ ମିନିଟ୍‌ ରଖାଯାଇଛି। ପ୍ରାକ୍ଟିକାଲ ତଥା ପ୍ରୋଜେକ୍ଟ ଥିବା ବିଷୟଗୁଡ଼ିକରେ ୨୦ ମାର୍କର ପରୀକ୍ଷା ହେବ ଏବଂ ସମୟ ଅବଧି ଦୁଇ ଘଣ୍ଟା ରହିବ। ସରକାରୀ ଛୁଟି ଦିନ ବ୍ୟତୀତ ଅନ୍ୟ ଦିନରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ପରୀକ୍ଷାର ସୁପରିଚାଳନା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବାକୁ ବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଅନ୍ୟପକ୍ଷରେ ଯୁକ୍ତ୨ ଥିଓରି ପରୀକ୍ଷା ଫେବ୍ରୁ୍ଆରି ୧୮ରୁ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ। ସମସ୍ତ ବିଷୟର ପରୀକ୍ଷା ପ୍ରତିଦିନ ପୂର୍ବାହ୍‌ଣ ୧୦ଟାରୁ ଆରମ୍ଭ ହେବ। ଚଳିତବର୍ଷ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାରରେ ପରୀକ୍ଷା ଦେବାକୁ ୩ଲକ୍ଷ ୯୨ ହଜାର ୮୬୭ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୪୬ ହଜାର ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ପ୍ରାୟ ୧ଲକ୍ଷ ୧୫ ହଜାର, ବାଣିଜ୍ୟରେ ୨୫ ହଜାର ଓ ଧନ୍ଦାମୂଳକ ବିଭାଗରେ ୫,୭୦୦ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ଥିଓରି ପରୀକ୍ଷା ଆରମ୍ଭ ହେବାର ୩୦ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ପ୍ରବେଶ କରିବେ। ୧୫ ମିନିଟ୍‌ ପୂର୍ବରୁ ହଲ୍‌ରେ ପ୍ରବେଶ ସହ ସିଟ୍‌ରେ ବସିବେ। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ କରାଯାଇଛି। ଯେଉଁ ସିସିଟିଭି ଲାଗିବ ତାହାର ସଂଯୋଗ ସିଏଚ୍‌ଏସ୍‌ଇର ମୁଖ୍ୟ କାର୍ଯ୍ୟାଳୟ ସହ ରହିବ। ପରିଣାମ ସ୍ବରୂପ ଭୁବନେଶ୍ବରସ୍ଥିତ କାର୍ଯ୍ୟାଳୟରୁ ସିଧା ମନିଟରିଂ କରାଯାଇପାରିବ। ପରିଷଦ କାର୍ଯ୍ୟାଳୟରେ ୫୫ ଇଞ୍ଚର ୧୦ଟି ଏଲ୍‌ଇଡି ଟିଭି, ୧୦ଟି ଡେକ୍ସଟପ୍‌ ସହ ଆବଶ୍ୟକୀୟ ସରଞ୍ଜାମ, ୬ଜଣ ଲୋକ ଓ ଦୁଇଟି ପ୍ରିଣ୍ଟର ଲଗାଯିବ।ଅନୁଷ୍ଠିତ ହେବ। ୩୦, ୫୦ ଓ ୬୦ ମାର୍କର ପ୍ରାକ୍ଟିକାଲ ବିଷୟ ପରୀକ୍ଷା ପାଇଁ ୩ ଘଣ୍ଟା ସମୟ ଧାର୍ଯ୍ୟ ହୋଇଛି। ଯେ‌ତେବେଳେ କି ୧୫ ମାର୍କ ଥିବା ବିଷୟର ପ୍ରାକ୍ଟିକାଲ୍‌କୁ ୨ ଘଣ୍ଟା ଦିଆଯିବ।

    ସୂଚନାଯୋଗ୍ୟ ଯେ ଏଣିକି ବାର୍ଷିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରି ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ। ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାହାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ମିଶ୍ରଣ କରାଯାଇ ପାସ୍‌ ବୋଲି ଗଣାଯିବ ନାହିଁ। ଉଦାହରଣ ସ୍ବରୂପ ଇଂରାଜୀ, ଇତିହାସ, ରାଜନୀତି ବିଜ୍ଞାନ ବିଷୟରେ ମୋଟ ୮୦ ମାର୍କର ପରୀକ୍ଷା ହେବ। ସେଥିରୁ ପରୀକ୍ଷାର୍ଥୀ ୨୪ ମାର୍କ ଅର୍ଥାତ୍‌ ୩୦% ମାର୍କ ରଖିଲେ ହିଁ ଉତ୍ତୀର୍ଣ୍ଣ ହେବେ। ଯଦି ଜଣେ ପରୀକ୍ଷାର୍ଥୀ ଇଣ୍ଟରନାଲ୍‌ ପରୀକ୍ଷାରେ ୨୦ରୁ ୧୮ ମାର୍କ ପାଇଥିବେ, ହେଲେ ଥିଓରି ପରୀକ୍ଷାରେ ୮୦ରୁ ୨୦ ମାର୍କ ରଖିବେ ତାହା ହେଲେ ତାଙ୍କୁ ଫେଲ୍‌ ବୋଲି ଘୋଷଣା କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30 ° C
    30 °
    30 °
    71 %
    0.9kmh
    55 %
    Thu
    29 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ