Saturday, March 14, 2026
23.2 C
Odisha

    ଆଜିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ, ଏକାଠି ହେବେ ୧୭ଟି ଦେଶର ୨୨୫ ପ୍ରତିଯୋଗୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଥର ଭାରତରେ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଟୁର୍ଣ୍ଣାମେଣ୍ଟର ଆୟୋଜନ ହୋଇଛି । ଗୋଟିଏ ଗ୍ରାଉଣ୍ଡରେ ଏକାଠି ହେବେ ୧୭ଟି ଦେଶର ୨୨୫ ପ୍ରତିଯୋଗୀ । ଅଲିମ୍ପିଆନ ଶ୍ରାବଣୀ ନନ୍ଦ, ପ୍ରଜ୍ଞା ପାରମିତା, ଲାଲୁ ପ୍ରସାଦ ଭୋଇ ଓ ଅନିମେଷ କୁଜୁର ଏହି ଅନ୍ତର୍ଜାତୀୟ ଇଭେଣ୍ଟରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ବ କରିବେ । ମୋଟ ୧୯ଟି ଇଭେଣ୍ଟରେ ହେବ ପ୍ରତିଦ୍ବନ୍ଦ୍ବିତା । ଓଡି଼ଶାରେ ଆସି ପହଞ୍ଚିଛନ୍ତି ଦେଶ ବିଦେଶର ଖେଳାଳି । ୨୦୧୭ ଏସିଆନ ଆଥଲେଟିକ୍ସର ସଫଳ ଆୟୋଜନ ପରେ ଓଡିଶାରେ ଟ୍ରାକ ଆଣ୍ଡ ଫିଲଡର ଏହା ଦ୍ଵିତୀୟ ଅନ୍ତର୍ଜାତୀୟ ପ୍ରତିଯୋଗିତା । ୯୩ଜଣ ଭାରତୀୟ ଆଥଲେଟ ବିଭିନ୍ନ ଇଭେଣ୍ଟରେ ଭାଗ ନେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ