Saturday, March 14, 2026
23.2 C
Odisha

    ଆଜିଠୁ ଖୋଲିଲା ଶିମିଳିପାଳ, ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଗତ ଜୁନ ୩୦ ତାରିଖରୁ ବନ୍ଦ ଥିବା ଶିମିଳିପାଳ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି । ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ବ୍ୟାଘ୍ର ପ୍ରକଳ୍ପ ଭିତରେ ପଶିବାକୁ ଅନୁମତି ମିଳିଛି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଫିସ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

    ଆଜିଠୁ ପୁଣି ଥରେ ଖୋଲା ଜିମ୍ନି ଗାଡିରେ ବସି କୋର ଅଞ୍ଚଳ ବୁଲିବା ସହ ବନ୍ୟଜନ୍ତୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ପ୍ରତି ବର୍ଷ ନଭେମ୍ୱର ୧ ତାରିଖରେ ଖୋଲୁଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୧୮ ତାରିଖରେ ଅର୍ଥାତ ଆଜି ଖୋଲିଛି । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ଶମିଳିପାଳକୁ ଆଗୁଆ ଖୋଲାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ