ଭୁବନେଶ୍ୱର : ଆଜିଠୁ ବଢ଼ିବ ତାତି । କାଳବୈଶାଖୀ ପ୍ରଭାବ କମିବା ସହ ତାତି ବଢ଼ିବ। ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି,ନୟାଗଡ, ଖୋର୍ଦ୍ଧା, ପୁରୀ,କଟକ, ଜଗତସିଂହ ପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ତାତି ବଢ଼ିବ।
ଆଜିଠୁ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଆସନ୍ତା ୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ । ବଲାଙ୍ଗିର, ବରଗଡ଼, ସମ୍ବଲୁର ଓ ଝାରସୁଗୁଡ଼ାରେ ପାରଦ ୪୦ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଉଛି । ସେହିପରି ୧୫ ତାରିଖ ପରେ ରାଜ୍ୟରେ ତାପମାତ୍ରା ୪୦ ଡ଼ିଗ୍ରୀ ପାର କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
