Saturday, October 10, 2026
27.9 C
Odisha

    ଆଜିଠୁ ବଢ଼ିବ ତାତି, ୧୧ଟି ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବଢ଼ିବ ତାତି । କାଳବୈଶାଖୀ ପ୍ରଭାବ କମିବା ସହ ତାତି ବଢ଼ିବ। ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି,ନୟାଗଡ, ଖୋର୍ଦ୍ଧା, ପୁରୀ,କଟକ, ଜଗତସିଂହ ପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ତାତି ବଢ଼ିବ।

    ଆଜିଠୁ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଆସନ୍ତା ୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ । ବଲାଙ୍ଗିର, ବରଗଡ଼, ସମ୍ବଲୁର ଓ ଝାରସୁଗୁଡ଼ାରେ ପାରଦ ୪୦ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଉଛି । ସେହିପରି ୧୫ ତାରିଖ ପରେ ରାଜ୍ୟରେ ତାପମାତ୍ରା ୪୦ ଡ଼ିଗ୍ରୀ ପାର କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ