Friday, April 3, 2026
39 C
Odisha

    ଆଜିଠୁ ବାହାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ୮ ଦିନରେ କାମ ସାରିବାକୁ ଯୋଜନା

    ଆଗକୁ ପଢନ୍ତୁ

    ପୁରୀ : ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ପୁଣିଥରେ ଆରମ୍ଭ ହେବ। ଭିତର ରତ୍ନଭଣ୍ଡାର କାର୍ଯ୍ୟ ଶେଷ ହୋଇଛି। ଏବେ ବାହାର ରତ୍ନଭଣ୍ଡାର କାର୍ଯ୍ୟ କିଛି ପରିମାଣରେ ବାକି ରହିଛି। ତେଣୁ ଆସନ୍ତା ୮ ଦିନ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଶୃଙ୍ଖଳିତ, ସୁନ୍ଦର, ବ୍ୟବସ୍ଥିତ ଭାବେ କିଭଳି ମରାମତି କାର୍ଯ୍ୟ କରାଯିବ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ଅଧିକାରୀଙ୍କ ମଧ୍ୟରେ ଆଲୋଚନା ହୋଇଛି।

    ବାହାର ରତ୍ନଭଣ୍ଡାରର ପ୍ରାୟ ୯୦ଟି ପଥର ବଦଳାଯିବାର ସମ୍ଭାବନା ରହିଛି। ତେଣୁ ଯେତେଶୀଘ୍ର ସମ୍ଭବ ମରାମତି କାର୍ଯ୍ୟ କରିବାକୁ ଏଏସ୍‌ଆଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି। ହାତରେ ସ୍ୱଳ୍ପ ଅବଧି ରହିଥିବାରୁ ବିଶେଷଜ୍ଞମାନଙ୍କୁ ନେଇ ପ୍ରତିଦିନ ଦୁଇଟି ସିଫ୍ଟରେ ମରାମତି କାମ ହେବ। ରଥଯାତ୍ରା ଭିତରେ କାମ ଶେଷ କରି ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ