Monday, October 19, 2026
21.9 C
Odisha

    ଆଜିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା, ୯ ତାରିଖ ଯାଏ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା । କମିବ ତାପମାତ୍ରା। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ୯ ତାରିଖ ଯାଏ ବର୍ଷା ସମ୍ଭାବନା । ଆଜି ୨୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି। ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ। ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

    ୨୩ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୨୩ ଜିଲ୍ଲା ହେଲା ଗଞ୍ଜାମ, ଗଜପତି, କନ୍ଧମାଳ ,ବୌଦ୍ଧ,ସୋନପୁର ,ସମ୍ବଲପୁର ,ବରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କଟକ ,କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର , ଦେବଗଡ଼, ଅନୁଗୁଳ ,ଢେଙ୍କାନାଳ ,ନୟାଗଡ଼ ,ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ।

    ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି।

    ସେହିପରି ଆସନ୍ତାକାଲି ୨୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ। ୧୦ ତାରିଖରୁ ପୁଣି ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ