Sunday, March 22, 2026
23.7 C
Odisha

    ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ । ଗୃହରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି। ମହିଳା ନିର୍ଯାତନା ମାମଲା, ସାର ଅଭାବ, ଓଟିଇଟି ପ୍ରଶ୍ନପତ୍ର ଲିକ୍, ବାହାର ରାଜ୍ୟକୁ ବଡ ବଡ ଶିଳ୍ପ ଚାଲିଯିବା, ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଆଦି ପ୍ରସଙ୍ଗ ଉଠାଇବାକୁ ବିଜେଡି ରଣନୀତି କରିଛି । କଂଗ୍ରେସ ବିଧାୟକ ଦଳ ବୈଠକରେ ବିଧାନସଭା ଅଧିବେଶନ ପାଇଁ ଷ୍ଟ୍ରାଟେଜି ପ୍ରସ୍ତୁତ ହୋଇଛି । ମହିଳା ନିର୍ଯାତନା , ସାର ଅଭାବ ଆଦିକୁ ମୁଖ୍ୟ ପ୍ରସଙ୍ଗ କରିବ କଂଗ୍ରେସ । ସେହିପରି ସରକାରଙ୍କ ବିରୋଧରେ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବ। ଏଥିପାଇଁ ବିଜେଡି ସମର୍ଥନ ଲୋଡିଛି କଂଗ୍ରେସ। ସେପଟେ ବିରୋଧୀଙ୍କୁ କାଉଣ୍ଟର କରିବା ପାଇଁ ସରକାରୀ ଦଳ ମଧ୍ୟ ତୟାର । ବିରୋଧୀ ଯେଉଁ ପ୍ରସଙ୍ଗ ବିଧାନସଭାରେ ଉଠାଇବେ ତାହା ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି । ୨୫ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.7 ° C
    23.7 °
    23.7 °
    29 %
    1.7kmh
    17 %
    Sun
    24 °
    Mon
    34 °
    Tue
    37 °
    Wed
    37 °
    Thu
    39 °

    ସମ୍ବନ୍ଧିତ