Wednesday, March 19, 2025
40.2 C
Odisha

    ଆଜିଠୁ ମାଟ୍ରିକ ଖାତାଦେଖା, ୧୨ ଦିନ ଭିତରେ ଶେଷ ହେବ ମୂଲ୍ୟାୟନ

    ଆଗକୁ ପଢନ୍ତୁ

    କଟକ : ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୪୫ ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାଯିବ । ଏଥିପାଇଁ ୧୨ ହଜାର ୮ ଶହ ହାଇସ୍କୁଲ୍ ଶିକ୍ଷକ ଓ ଶିକ୍ଷୟିତ୍ରୀ ମୂଲ୍ୟାୟନରେ ନିୟୋଜିତ ହୋଇଛନ୍ତି । ପ୍ରାୟ ୧୨ ଦିନ ବ୍ୟାପୀ ମୂଲ୍ୟାୟନ ଚାଲିବ। ଖାତା ଦେଖାରେ ନିୟୋଜିତ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ଏହି ସମୟରେ କେନ୍ଦ୍ର କ୍ୟାମ୍ପସ୍ ବାହାରକୁ ଯାଇପାରିବେ ନାହିଁ । ସେହିପରି କେନ୍ଦ୍ରକୁ ମୋବାଇଲ୍ ନେବା ମଧ୍ୟ ବାରଣ ରହିଛି । ଏଥିରେ ଖିଲାପି କଲେ ସମ୍ପୃକ୍ତ ମୂଲ୍ୟାୟନକାରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବୋର୍ଡ କର୍ତ୍ତୃପକ୍ଷ ।ଅନ୍ୟପକ୍ଷେ ମୂଲ୍ୟାୟନକାରୀ ପ୍ରତ୍ୟେକ ସବ୍‌ଜେକ୍‌ଟିିଭ୍‌ ପ୍ରଶ୍ନର ନିର୍ଦ୍ଧିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ । ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲେଡ କରାଯିବ । ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ବ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି । ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ଏଥିପ୍ରତି ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରାୟ ୧୨ରୁ ୧୫ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି । ଚଳିତବର୍ଷ ରାଜ୍ୟର ମୋଟ ୫,୨୨,୩୩୬ ପରୀକ୍ଷାର୍ଥୀ ଦଶମ ବାର୍ଷିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ । ସେଥିମଧ୍ୟରୁ ୧୫ ହଜାରରୁ ଊର୍ଦ୍ଧ୍ବ ଅନୁପସ୍ଥିତ ଥିବା ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.2 ° C
    40.2 °
    40.2 °
    15 %
    2kmh
    3 %
    Wed
    39 °
    Thu
    40 °
    Fri
    38 °
    Sat
    29 °
    Sun
    35 °

    ସମ୍ବନ୍ଧିତ