Wednesday, April 1, 2026
25.1 C
Odisha

    ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

    ଆଗକୁ ପଢନ୍ତୁ

    ପୁରୀ : ଇଂରାଜୀ ନବବର୍ଷ ଏବଂ ଛୁଟି ଦିନ ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ଶ୍ରଦ୍ଧାଳୁଙ୍କ ଆଗମନ ଯୋଗୁଁ ଭିଡ଼ ଜମିବା ସମ୍ଭାବନା ରହିଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯିବା ଉଦ୍ଦେଶ୍ୟରେ ଆଜିଠାରୁ ଆସନ୍ତା ଜାନୁଆରୀ ୨ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ୩ରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ତତ୍ତ୍ବାବଧାନରେ କୁଶଳୀ କାରିଗରଙ୍କ ଦ୍ବାରା ଆରମ୍ଭ ହୋଇଛି। ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ବାହାରକାଠ ଦର୍ଶନ ଶୃଙ୍ଖଳା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.1 ° C
    25.1 °
    25.1 °
    37 %
    1kmh
    14 %
    Wed
    39 °
    Thu
    40 °
    Fri
    40 °
    Sat
    40 °
    Sun
    38 °

    ସମ୍ବନ୍ଧିତ