Sunday, March 29, 2026
31.5 C
Odisha

    ଆଜିଠୁ ୩ ଦିନ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କମିବ ତାପମାତ୍ରା । ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଯାଏ ବର୍ଷା ସମ୍ଭାବନା । ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି ।

    ସେହିପରି ଆଜି ୨୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି । ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ । ୧୦ ତାରିଖରୁ ପୁଣି ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ