ଭୁବନେଶ୍ୱର : ଦିଲ୍ଲୀ ଯିବେ ନବୀନ । ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବିରୋଧୀଦଳ ନେତା । ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି ।
ସେପଟେ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀରୁ ସୁସ୍ଥ ପରେ ଗତକାଲି ପ୍ରଥମ ବୈଠକ କରିଛନ୍ତି ନବୀନ । ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି । ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।
ଏହା ସହ ଆଗାମୀ ବିଧାନସଭା ମୌସୁମୀ ଅଧିବେଶନରେ ଉଠିବାକୁ ଥିବା ପ୍ରସଙ୍ଗ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି । ରାଜ୍ୟରେ ଦଳିତ, ଆଦିବାସୀ, ମହିଳାଙ୍କ ବିରୋଧରେ ଅତ୍ୟାଚାର ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ ନେଇ ଚୂଡାନ୍ତ ନିଷ୍ପତ୍ତି ନେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।