Wednesday, September 30, 2026
23.3 C
Odisha

    ଆଜିର ରାଶିଫଳ

    ଆଗକୁ ପଢନ୍ତୁ

    ମେଷ : ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ। ପରିବାରରେ ଝଗଡା ହେବାର ଆଶଙ୍କା ରହିଛି। ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦର ଅନୁଭବ କରିପାରନ୍ତି।

    ବୃଷ : ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ। ବନ୍ଧୁ ମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

    ମିଥୁନ : କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପ୍ରତିହତ କରିବାର ସାମର୍ଥ୍ୟ ରହିବ। ଅନ୍ୟମନ୍ୟସ୍କ ହୁଅନ୍ତୁ ନାହିଁ ନଚେତ ଭୂଲ୍‌ କରିବେ। କାର୍ଯ୍ୟସାଧନ ପରିସରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାକାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ।

    କର୍କଟ : ଖର୍ଚ୍ଚଭାର ବୃଦ୍ଧି କାରଣରୁ ଦୁଃଚିନ୍ତା ବଢ଼ିବ। ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ ସେ ଓଲଟା କହିପାରେ। କଥାରେ ସଂଯମତା ହରାଇବା ଅନର୍ଥର କାରଣ ହେବ। କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

    ସିଂହ : ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିନପାରନ୍ତି।

    କନ୍ୟା : ଆଜି ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ। ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ।ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।

    ତୁଳା : ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ। ଆନୁଷ୍ଟାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ , ସଂଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଦର ପାଇବେ।

    ବିଛା : ପ୍ରତ୍ୟେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅସୁବିଧା ନହେଲେ ମଧ୍ୟ ମନ ଅସ୍ଥିର ରହିବ। ଅନ୍ୟମନସ୍କଜନିତ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ନିକଟ ସଂପର୍କୀୟମାନଙ୍କ ଇର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତ ବୋଧ କରିବେ।

    ଧନୁ : ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷଶତ୍ରୁତାର ପ୍ରଭାବ ଅନୁଭବ କରିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହୋଇପାରନ୍ତି।

    ମକର : ଆଜି କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟାଜନିତ ମନ ବିଚଳିତ ରହିବ। ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି, କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

    କୁମ୍ଭ : ସ୍ତ୍ରୀଙ୍କ ସହ ମତାନ୍ତର ହୋଇପାରେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ। ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    83 %
    1.3kmh
    7 %
    Tue
    23 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ