Friday, October 2, 2026
25.2 C
Odisha

    ଆଜି ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ରବିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ କହିଛନ୍ତି, ଶ୍ରୀ ନବୀନ ଆସନ୍ତାକାଲି ରାତିରେ ସାଧାରଣ ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ। ସୋମବାର ଦିନ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ କୋର କମିଟି ବୈଠକରେ ଯୋଗଦେବେ। ଏହାପରେ ସେ ଖୋରଧା ଜଟଣୀସ୍ଥିତ ଏସିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଫିଜିକାଲ ହେଲ୍‌ଥ (ଏଆଇପିଏଚ୍‌) ବିଶ୍ୱବିଦ୍ୟାଳୟ ପରିସରରେ ଭୁବନେଶ୍ୱର ସାଂଗଠନିକ ଜିଲା ତରଫରୁ ଅନୁଷ୍ଠିତ ହେବାକୁ ଥିବା ଜିଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ଶିବିରର ଉଦ୍‌ଘାଟନ କରିବେ। ଏହାପରେ ଶ୍ରୀ ନବୀନ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ପୁରୀରୁ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ଅପରାହ୍ଣରେ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି ବୈଠକ ଏବଂ ମନ୍ତ୍ରୀ ପରିଷଦ ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ସଂଧ୍ୟାରେ ଶ୍ରୀ ନବୀନ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ