Wednesday, October 7, 2026
22.1 C
Odisha

    ଆଜି ଆସୁଛନ୍ତି ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଏବଂ ଦୁଇଦିନ ଧରି ଭୁବନେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍‌ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏହା‌ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିଦିନ ଅପରାହ୍ଣରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥିଭାବେ ଯୋଗଦେବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେଭଳି କୌଣସି ପ୍ରକାର ତ୍ରୁଟି ଦେଖାନଯାଏ, ଏଥିପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରବିବାର ଏସ୍‌ପିଜି ଟିମ୍‌ ସହ କାର୍‌କେଡ୍‌ ରିହର୍ସାଲ୍‌ ସରିଛି। ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ, ପୁଲିସ କମିସନର ଏସ୍‌. ଦେବଦତ୍ତ ସିଂହ, ଅତିରିକ୍ତ ପୁଲିସ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା ପୂରା ପ୍ରସ୍ତୁତି ବ୍ୟବସ୍ଥାର ତଦାରଖ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    1.1kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ