Friday, October 9, 2026
30.5 C
Odisha

    ଆଜି ଉତ୍କଳ ଦିବସ: ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଏପ୍ରିଲ ୧। ଆମ ଓଡ଼ିଶାର ଗର୍ବର ଦିନ, ଆମର ପରିଚୟର ଦିନ, ଉତ୍କଳ ଦିବସ! । ୧୯୩୬ ମସିହାର ଆଜିର ଦିନରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା । ଆଜି ସେହି ଐତିହାସିକ ଘଟଣାର ୯୦ ବର୍ଷ ପୂର୍ତ୍ତି ହେଉଛି । ଏପ୍ରିଲ ୧ ଆମ ପାଇଁ ଏହା କେବଳ ଗୋଟିଏ ଦିନ ନୁହଁ, ଏହା ଆମର ଭାଷା, ସଂସ୍କୃତି ଓ ଐତିହ୍ୟର ଗର୍ବର ଦିନ।

    ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା । ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା । ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ । ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ।

    ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    50 %
    3.4kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ