ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା । ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ । ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବର୍ଷା ବପନ ଆଣିପାରେ ।
IMDର ପୂର୍ବାନୁମାନ, ଓଡ଼ିଶା ଉପକୂଳରେ ଆଜି ଓ ଆସନ୍ତାକାଲି ଭୀଷଣରୁ ଅତି ଭଷଣ ବର୍ଷା ହେବ । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। କିଛି ସ୍ଥାନରେ ୨୦ ସେ.ମି.ରୁ ଅଧିକ ବର୍ଷା ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ବର୍ଷା। କାଲି ସକାଳ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।
ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି ।