Saturday, March 14, 2026
24.5 C
Odisha

    ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ

    ଆଗକୁ ପଢନ୍ତୁ

    ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା । ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ । ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବର୍ଷା ବପନ ଆଣିପାରେ ।

    IMDର ପୂର୍ବାନୁମାନ, ଓଡ଼ିଶା ଉପକୂଳରେ ଆଜି ଓ ଆସନ୍ତାକାଲି ଭୀଷଣରୁ ଅତି ଭଷଣ ବର୍ଷା ହେବ । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। କିଛି ସ୍ଥାନରେ ୨୦ ସେ.ମି.ରୁ ଅଧିକ ବର୍ଷା ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

    ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ବର୍ଷା। କାଲି ସକାଳ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

    ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ