Sunday, March 22, 2026
25.7 C
Odisha

    ଆଜି ଓ ଆସନ୍ତାକାଲି ୪ ଘଣ୍ଟା ଲେଖାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ଶ୍ରୀମନ୍ଦିରରେ ୪ ଘଣ୍ଟା ଲେଖାଏଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବାକୁ ଥିବା ବେଳେ କାଲି ଅର୍ଥାତ ସୋମବାର ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରବିବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ସ୍ନାନ ପୂର୍ଣ୍ଣିମା ଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ। ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ । ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୧୩ଶ ଶତାବ୍ଦୀରୁ ପାଳିତ ହୋଇଆସୁଛି ବୋଲି ଜଣାଯାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    25 %
    1.5kmh
    0 %
    Sun
    27 °
    Mon
    34 °
    Tue
    37 °
    Wed
    37 °
    Thu
    39 °

    ସମ୍ବନ୍ଧିତ