Friday, May 3, 2024
38.7 C
Odisha

    ଆଜି ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଳୀ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି। କେରଳ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ପ୍ରଥମେ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ପହଞ୍ଚି ଗଗନଯାନ ମିସନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ । ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା ବେଳେ ଗଗନଯାନ ମିଶନରେ ନିୟୋଜିତ ରହିଛନ୍ତି । ଚଳିତ ବର୍ଷ ଶେଷ ଆଡ଼କୁ ଇସ୍ରୋ ଏହି ୪ଜଣ ପ୍ରଶିକ୍ଷିତ ପାଇଲଟଙ୍କୁ ଗଗନଯାନରେ ମହାକାଶ ପଠାଇବାକୁ ଲକ୍ଷ୍ୟ ରଖିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.7 ° C
    38.7 °
    38.7 °
    10 %
    1.5kmh
    0 %
    Fri
    43 °
    Sat
    42 °
    Sun
    44 °
    Mon
    45 °
    Tue
    43 °

    ସମ୍ବନ୍ଧିତ