Monday, April 20, 2026
42.2 C
Odisha

    ଆଜି ପବିତ୍ର ଅକ୍ଷୟ ତୃତୀୟା, ରଥନିର୍ମାଣ କାର୍ଯ୍ୟର ହେବ ଶୁଭ ଅନୁକୂଳ

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ । ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ । ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ । ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ । ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ସ୍ପର୍ଶ କରିବା ପରେ ବିଶ୍ୱକର୍ମାମାନେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେବେ ।

    ସେପଟେ ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା, ମୁଖ୍ୟ ଭୋଇ ସେବକ, ଚିତ୍ରକର, ରୂପକାର, କମାର ସମୁଦାୟ ଦଶ ମହାରଣାଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଆଜିଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବି, ଶ୍ରୀଦେବୀ, ରାମକୃଷ୍ଣ ଓ ପଞ୍ଚ ମହାଦେବ ନନ୍ଦା ଭଦ୍ରା ଚାପରେ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ। ଠାକୁରଙ୍କ ଜଳକ୍ରୀଡ଼ା ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    42.2 ° C
    42.2 °
    42.2 °
    16 %
    4.4kmh
    0 %
    Mon
    42 °
    Tue
    43 °
    Wed
    43 °
    Thu
    43 °
    Fri
    44 °

    ସମ୍ବନ୍ଧିତ