Friday, March 20, 2026
28.2 C
Odisha

    ଆଜି ପବିତ୍ର ଇଦ୍ ଉଲ ଫିତର

    ଆଗକୁ ପଢନ୍ତୁ

    ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ର ଶୁଭେଚ୍ଛା ଜଣାଇଛନ୍ତି ।

    ରାଜଧାନୀ ଭୁବନେଶ୍ଵର ଓ ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି। ସହରର ଦରଘାରେ ନମାଜ ପାଠ ସହ ଆଲିଙ୍ଗନ କରି ଇଦ୍ ମୁବାରକ ଜଣାଉଛନ୍ତି। ବଳିଦାନର ଏହି ପର୍ବକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ କମିଶନରେଟ ପୋଲିସ ଓ ସିଏମସି, ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    41 %
    3kmh
    84 %
    Fri
    28 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ