Friday, April 3, 2026
39.1 C
Odisha

    ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ, କାଳିଆ ବଳିଆଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜି ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇବେ । ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ।

    ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ । ଆଜିର ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥାନ୍ତି । ପାଟରା ବିଶୋୟୀଙ୍କ ଦ୍ୱାର ନିର୍ମିତ ସ୍ୱତନ୍ତ୍ର ରାଖୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଆଜି ଲାଗି କରାଇବେ |

    ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ