Sunday, September 20, 2026
30.5 C
Odisha

    ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାଖି ପିନ୍ଧାଇବେ । ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାଖି ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇବେ । ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ ।

    ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    65 %
    2.7kmh
    97 %
    Sun
    30 °
    Mon
    31 °
    Tue
    27 °
    Wed
    28 °
    Thu
    24 °

    ସମ୍ବନ୍ଧିତ