Friday, March 14, 2025
27.9 C
Odisha

    ଆଜି ପବିତ୍ର ଦୋଳପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ଦୋଳପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ୱାର ଫିଟା ହୋଇ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିଛି ।
    ଆଜି ମହାପ୍ରଭୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ । ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷିଣ କରିବା ପରେ ଦୋଳ ବିମାନରେ ବସି ଝୁଲିବେ । ଏହାପରେ ଦୋଳବେଦୀରେ ମହାପ୍ରଭୁଙ୍କର ଅନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ । ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବେଶ଼ ଗୁରୁତ୍ବ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    20 %
    1.9kmh
    0 %
    Fri
    28 °
    Sat
    40 °
    Sun
    41 °
    Mon
    41 °
    Tue
    41 °

    ସମ୍ବନ୍ଧିତ