Friday, January 23, 2026
24 C
Odisha

    ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ

    ଆଗକୁ ପଢନ୍ତୁ

    ପୁରୀ  : ଆଜି ପବିତ୍ର ପୌଷ ପୂର୍ଣ୍ଣିମା ।  ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ ।  ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ ।  ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ।  ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ ।

    ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ ।  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24 ° C
    24 °
    24 °
    38 %
    1.1kmh
    14 %
    Fri
    22 °
    Sat
    30 °
    Sun
    31 °
    Mon
    31 °
    Tue
    32 °

    ସମ୍ବନ୍ଧିତ