Saturday, October 10, 2026
29.2 C
Odisha

    ଆଜି ପବିତ୍ର ମହାଳୟା ଅମାବାସ୍ୟା, ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବାର ରହିଛି ପରମ୍ପରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପବିତ୍ର ମହାଳୟା । ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ଶେଷ ଦିନ । ଆଜି ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ପରମ୍ପରା ରହିଛି ।  ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଆରମ୍ଭ ହୋଇଥିବା ଏହି ପିତୃପକ୍ଷରେ ପିତୃ ପୁରୁଷମାନେ ମର୍ତ୍ତମଣ୍ଡଳକୁ ଆସିଥାନ୍ତି ବୋଲି ବିଶ୍ୱାସ ରହିଛି ।

    ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ବିଶେଷ ମହତ୍ତ୍ୱ ରହିଛି । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ । ଯେଉଁ ତିଥିରେ ଯାହାଙ୍କର ପିତା ମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି । ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି ।  ପିତୃପକ୍ଷରେ ବିଶେଷକରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟି, ପ୍ରପିତାମୟି, ମାତାମହ, ପ୍ରମାତାମହ, ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରାଯିବାର ବିଧି ରହିଛି ।

    ଆଜିର ଏହି ପବିତ୍ର ଦିନଟି ଦେବୀ ପକ୍ଷର ଆରମ୍ଭକୁ ସୂଚାଇଥାଏ ଏବଂ ମା’ ଦୁର୍ଗାଙ୍କ ଆଗମନ କୁହାଯାଏ । ଏପଟେ ସକାଳୁ ସକାଳୁ ହଜାର ହଜାର ଶ୍ରଦ୍ଧାଳୁ ମହାଳୟା ଅବସରରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଛନ୍ତି । ଏହାସହିତ ମହିଷାସୁର ମର୍ଦ୍ଦିନୀ ସ୍ତୋତ୍ର ପାଠ ସହ ମା’ଙ୍କୁ ଆବାହନ କରାଯାଇଛି ।

    ନଦୀ କୂଳ ବା ତୀର୍ଥ ପୁଷ୍କରିଣୀରେ ପିତୃପୁରୁଷଙ୍କ ଆତ୍ମାର ସଦଗତି ପାଇଁ ଶ୍ରାଦ୍ଧ ଦିଆଯାଏ । ମୂର୍ତ୍ତି କାରିଗରମାନେ ଆଜିର ପବିତ୍ର ଦିନରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଚକ୍ଷୁ ପ୍ରଦାନ କରିଥାନ୍ତି । ମହାଳୟା ଅବସରରେ କୋଲକାତା ଗଙ୍ଗାଘାଟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ମଧ୍ୟରାତ୍ରିରୁ ତର୍ପଣ ପର୍ବ ଆରମ୍ଭ ହୋଇ ଯାଇଛି । ଅନ୍ୟପଟେ, ମା’ ଦୁର୍ଗାଙ୍କ ଆଗମନକୁ ନେଇ ଚାରିଆଡ଼େ ଉତ୍ସାହ ଓ ଭକ୍ତିମୟ ପରିବେଶ । ମହିଷାସୁରମର୍ଦ୍ଦିନୀର ସ୍ୱରରେ ମୁଖରିତ ହେଉଛି ବଙ୍ଗଭୂମି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ