Tuesday, September 2, 2025
25.7 C
Odisha

    ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀଜୀଉଙ୍କ ହେବ ଗଜୋଦ୍ଧାରଣ ବେଶ

    ଆଗକୁ ପଢନ୍ତୁ

    ପୁରୀ :ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ । ତେବେ ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥାବସ୍ତୁ ଅନୁଯାୟୀ ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା ।
    ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ଠାକୁର ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି । ସେହିପରି ବଳଭଦ୍ର ଚତୁହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.7 ° C
    25.7 °
    25.7 °
    88 %
    1.5kmh
    100 %
    Tue
    25 °
    Wed
    29 °
    Thu
    29 °
    Fri
    29 °
    Sat
    30 °

    ସମ୍ବନ୍ଧିତ