Friday, March 13, 2026
28 C
Odisha

    ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥାବସ୍ତୁ ଅନୁଯାୟୀ ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ଠାକୁର ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି ।

    ଗରୁଡ଼ ଉପରେ ବସିବା ଭଙ୍ଗିରେ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିଥାନ୍ତି ମହାପ୍ରଭୁ । ସେହିପରି ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ