Thursday, September 17, 2026
30.6 C
Odisha

    ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା, ଭାଇ ହାତରେ ରାକ୍ଷୀ ବାନ୍ଧି ଶୁଭ ମନାସିବ ଭଉଣୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ।ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ ।  ଭଉଣୀର ସୁରକ୍ଷା ପାଇଁ ଭାଇ ନିଜର ସୁଖ ସୁବିଧା ମଧ୍ୟ ଭୁଲିଯାଏ । ରାକ୍ଷୀ ପୂର୍ଣ୍ଣିମାକୁ  ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30.6 ° C
    30.6 °
    30.6 °
    69 %
    1.4kmh
    36 %
    Thu
    31 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ